ଦୁଃସାହାସିକ ରିପୋର୍ଟିଂରେ ଅରିନ୍ଦମ ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ- ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, – ଓଟିଭିର ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଖବରରେ ବ୍ୟକ୍ତିଗତ ଭାବରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶୋକବାର୍ତାରେ କହିଛନ୍ତି ଯେ ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ ଦାସଙ୍କ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ଖବର ଶୁଣି ମୁଁ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ । ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ୍ ହୋଇଛି ।
ବିଭିନ୍ନ ସମୟରେ ଦୁଃସାହାସିକ ରିପୋର୍ଟିଂ କରି ସେ ଓଡ଼ିଆ ଗଣମାଧ୍ୟମରେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ । ତାଙ୍କର ଅକାଳ ବିୟୋଗ ଓଡ଼ିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି କରିଛି ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ଶ୍ରୀ ପ୍ରଧାନ କାମନା କରିଛନ୍ତି ।
Comments are closed.