ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ର ଓଡ଼ିଶାକୁ ଅନ୍ତରାଷ୍ଟ୍ରୀୟ ସ୍ତରରେ ସମ୍ମାନିତ କରିଥିଲେ – ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ମଇ ୦୯ – ଅନ୍ତରାଷ୍ଟ୍ରୀୟ ସ୍ତରରେ ଓଡ଼ିଶାକୁ ସମ୍ମାନିତ କରିଥିବା ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ, ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସ୍ୱର୍ଗତ ମହାପାତ୍ରଙ୍କ ନିଧନରେ ଓଡ଼ିଶାରେ ଏକ ଅପୂରଣୀୟ ଶୂନ୍ୟ ସ୍ଥାନ ତିଆରି ହେଲା ବୋଲି ସେ କହିଛନ୍ତି ।
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଅନ୍ତରାଷ୍ଟ୍ରୀୟ ସ୍ତରରେ ଓଡ଼ିଶାକୁ ସମ୍ମାନିତ କରିଥିବା ଖ୍ୟାତିସମ୍ପନ୍ନ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ, ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ । ତାଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ଥିଲା ନିବିଡ଼ ।
ଜଣେ ଲବ୍ଧ ପ୍ରତିଷ୍ଠିତ ଶିଳ୍ପୀ ଭାବେ ପରିଚିତ ସ୍ୱର୍ଗତ ମହାପାତ୍ର ପଥରରେ ନିଖୁଣ କାରୁକାର୍ଯ୍ୟ ମାଧ୍ୟମରେ ଓଡ଼ିଶାର ଉତ୍କୃଷ୍ଟ କଳା ଓ ସଂସ୍କୃତିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଗୌରବାନ୍ୱିତ କରିଥିଲେ । ତାଙ୍କ ନିଧନରେ ଓଡ଼ିଶାରେ ଏକ ଅପୂରଣୀୟ ଶୂନ୍ୟ ସ୍ଥାନ ତିଆରି ହେଲା ।
ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ସଦସ୍ୟଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ।
Comments are closed.