କଳା ଜଗତରେ ରବି ମିଶ୍ରଙ୍କ ଅବଦାନ ଚିରସ୍ମରଣୀୟ ହୋଇରହିବ – ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର – ଓଡ଼ିଶାର ଲୋକପ୍ରିୟ ଅଭିନେତା ରବି ମିଶ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କଳା ଜଗତରେ ଶ୍ରୀ ମିଶ୍ରଙ୍କ ଅବଦାନ ଚିରସ୍ମରଣୀୟ ହୋଇରହିବ ବୋଲି କହିଛନ୍ତି ଶ୍ରୀ ପ୍ରଧାନ ।
ଶ୍ରୀ ପ୍ରଧାନ ଶୋକବାର୍ତାରେ କହିଛନ୍ତି ଯେ ଲୋକପ୍ରିୟ ଅଭିନେତା ରବି ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ‘ଗୋପାଳ ରହସ୍ୟ’ ଧାରାବାହିକରେ ନିପୁଣ ଓ ବଳିଷ୍ଠ ଅଭିନୟ ତାଙ୍କୁ ଓଡ଼ିଶାର ଘରେ ଘରେ ପରିଚିତ କରାଇଥିଲା । କଳା ଜଗତ ପ୍ରତି ତାଙ୍କର ଅବଦାନ ଚିରସ୍ମରଣୀୟ ହୋଇରହିବ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।


Share It

Comments are closed.