ଖାତିନାମା ଓଡିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର – ଓଡ଼ିଆ ସିନେ ଜଗତର ଖ୍ୟାତିନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ବିୟୋଗରେ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି ହୋଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ସିନେ ଜଗତର ଖ୍ୟାତିନାମା ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଦୁଃଖିତ ଓ ମର୍ମାହତ । ବିଶେଷତଃ ନବେ ଦଶକରେ ଅନେକ ସୁପର ହିଟ୍ ଓଡ଼ିଆ ଚଳଚ୍ଚିତ୍ରର ନିର୍ଦ୍ଦେଶନା ତାଙ୍କୁ ସ୍ୱତନ୍ତ୍ର ପରିଚୟ ଦେଇଥିଲା । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।


Share It

Comments are closed.