ୱେଷ୍ଟର୍ଣ୍ଣ କ୍ୟାରିୟର୍ସ (ଇଣ୍ଡିଆ) ଲିମିଟେଡ୍‌ର ଇନିସିଆଲ ପବ୍ଲିକ୍ ଅଫର ୨୦୨୪ ସପ୍ଟେମ୍ବର ୧୩ରେ ଖୋଲିବ


ଭୁବନେଶ୍ୱର: ୱେଷ୍ଟର୍ଣ୍ଣ କ୍ୟାରିୟର୍ସ (ଇଣ୍ଡିଆ) ଲିମିଟେଡ୍‌ର ଇନିସିଆଲ୍ ପବ୍ଲିକ୍ ଅଫର (ଆଇପିଓ)ର ବିଡ୍ ୨୦୨୪ ସେପ୍ଟେମ୍ବର ୧୩, ଶୁକ୍ରବାର ଖୋଲିବ। ଏହି ଅଫରରେ ୪୦୦ କୋଟି ଟଙ୍କାର ଇକ୍ୱିଟି ସେୟାର ଜାରି କରାଯିବ ଏବଂ ପ୍ରତିଷ୍ଠାତା ରାଜେନ୍ଦ୍ର ସେଠିଆ ଅଫର ଫର ସେଲ୍‌ରେ ୫,୪୦୦,୦୦୦ ଇକ୍ୱିଟି ସେୟାର ବିକ୍ରି କରିବେ। ଆଙ୍କର ନିବେଶକମାନେ ବିଡ୍‌ର ଗୋଟିଏ ଦିନ ପୂର୍ବରୁ ଅର୍ଥାତ ୨୦୨୪ ସେପ୍ଟେମ୍ବର ୧୨, ଗୁରୁବାର ଦିନ ବିଡ୍ ଦାଖଲ କରିପାରିବେ ଏବଂ ଏହି ଇସ୍ୟୁର ବିଡ୍ ୨୦୨୪ ସେପ୍ଟେମ୍ବର ୧୮ ବୁଧବାର ଦିନ ବନ୍ଦ ହେବ।
ଅଫରରେ ଇକ୍ୱିଟି ସେୟାର ପିଛା ଦାମ୍ ୧୬୩ ଟଙ୍କାରୁ ୧୭୨ ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି। ନିବେଶକମାନେ ସର୍ବନିମ୍ନ ୮୭ଟି ଇକ୍ୱିଟି ସେୟାରର ବିଡ୍ ଦାଖଲ କରିପାରିବେ ଏବଂ ଏହା ପରେ ୮୭ଟି ଲେଖାଏଁ ଇକ୍ୱିଟି ସେୟାର ସେଥିରେ ଯୋଡ଼ିପାରିବେ।
ଆଇପିଓ ଜରିଆରେ ସଂଗୃହୀତ ହେବାକୁ ଥିବା ପାଣ୍ଠିରୁ ୧) ୧୬୩.୫ କୋଟି ଟଙ୍କାକୁ କମ୍ପାନି ହାସଲ କରିଥିବା କିଛି ଋଣକୁ ସମ୍ପୂର୍ଣ୍ଣ କିମ୍ବା ଆଂଶିକ ପରିଶୋଧ କରିବା, ୨) ବାଣିଜ୍ୟିକ ଯାନ, ୪୦ ଫୁଟ ସ୍ପେସିଆଲାଇଜଡ କଂଟେନର ଓ ୨୦ ଫଉଟ ସାଧାରଣ ସିପିଙ୍ଗ କଂଟେନର, ରିଚ ଷ୍ଟାକର ଆଦି କିଣିବା ଲାଗି ୧୫୧.୭ କୋଟି ଟଙ୍କା ଓ ଅବଶିଷ୍ଟ ରାଶିକୁ ସାଧାରଣ କର୍ପୋରେଟ୍ କାର୍ଯ୍ୟରେ ବ୍ୟବହାର କରାଯିବ। କମ୍ପାନିର ଇକ୍ୱିଟି ସେୟାରକୁ ବିଏସ୍‌ଇ ଓ ଏନ୍‌ଏସ୍‌ଇରେ ତାଲିକାଭୁକ୍ତ କରିବା ଲାଗି ଡ୍ରାଫ୍‌ଟ ରେଡ୍ ହେରିଂ ପ୍ରୋସପେକ୍ଟସ୍ (ଡିଆରଏଚପି)ରେ ପ୍ରସ୍ତାବ ଦିଆଯାଇଛି।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଏହି ଅଫରର ୫୦ ପ୍ରତିଶତ ଇକ୍ୱିଟି ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ମାନଙ୍କ ଲାଗି ସଂରକ୍ଷିତ ରଖାଯିବ । ତାହାର ୬୦ ପ୍ରତିଶତ ଇକ୍ୱିଟି ସେୟାରକୁ ସମାନୁପାତିକ ଭିତିରେ ଆଙ୍କର ନିବେଶକଙ୍କୁ ଦିଆଯାଇପାରିବ । ସେଥିରୁ ଏକ ତୃତୀୟାଂଶ ଇକ୍ୱିଟି ସେୟାର ଘରୋଇ ମ୍ୟୁଚୁଆଲ ଫଣ୍ଡ ଲାଗି ସଂରକ୍ଷିତ ରହିବ। ନିଟ କ୍ୟୁଆଇବିର ୫ ପ୍ରତିଶତ ଇକ୍ୱିଟି ସେୟାରକୁ ସମାନୁପାତିକ ଭିତିରେ ମ୍ୟୁଚୁଆଲ ଫଣ୍ଡ ଲାଗି ରଖାଯିବ । ଯଦି ମ୍ୟୁଚୁଆଲ ଫଣ୍ଡର ହାରାହାରି ଭାଗ କ୍ୟୁଆଇବି ଭାଗର ୫ ପ୍ରତିଶତରୁ କମ ରହିବ ତେବେ ତାହାକୁ କ୍ୟୁଆଇବି ଭାଗରେ ଯୋଡ଼ାଯିବ। ନିଟ ଅଫରର ୧୫ ପ୍ରତିଶତ ରାଶିକୁ ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ରଖାଯିବ । ସେଥିରୁ ୩୫ ପ୍ରତିଶତ ଇକ୍ୱିଟି ସେୟାର ଖୁଚୁରା ନିବେଶକମାନଙ୍କ ଲାଗି ରହିବ ।
ଏହି ଅଫରର ବୁକ୍ ରନିଂ ଲିଡ୍ ମ୍ୟାନେଜର ହେଉଛନ୍ତି ଜେଏମ୍ ଫାଇନାନ୍ସିଆଲ୍ ଲିମିଟେଡ୍ ଓ କୋଟକ୍ ମହିନ୍ଦ୍ରା କ୍ୟାପିଟାଲ୍ କମ୍ପାନି ଲିମିଟେଡ୍‌।


Share It

Comments are closed.