ୱିୱାର୍କ ଇଣ୍ଡିଆ ମ୍ୟାନେଜମେଂଟ ଲିମିଟେଡର ଆଇପିଓ ୨୦୨୫ ଅକ୍ଟୋବର ୩ରେ ଆରମ୍ଭ

Share It

ଭୁବନେଶ୍ୱର: ୱିୱାର୍କ ଇଣ୍ଡିଆ ମ୍ୟାନେଜମେଂଟ ଲିମିଟେଡର ଇକ୍ୱିଟି ସେୟାରର ଇନିସିଆଲ ପବ୍ଲିକ୍ ଅଫରିଂ (ଆଇପିଓ) ୨୦୨୫ ଅକ୍ଟୋବର ୩ ଶୁକ୍ରବାର ଦିନ ଖୋଲିଛି ଯାହା ଅକ୍ଟୋବର ୭ ମଙ୍ଗଳବାର ଦିନ ବନ୍ଦ ହେବ। ଆଙ୍କର ନିବେଶକମାନଙ୍କୁ ଗୋଟିଏ କାର୍ଯ୍ୟଦିବସ ପୂର୍ବରୁ ଅକ୍ଟୋବର ୧ ବୁଧବାର ବିଡ୍ ଦାଖଲ କରିବାର ସୁଯୋଗ ମିଳିଥିଲା।
ଏହି ଅଫରରେ ଇକ୍ୱିଟି ସେୟାର ପିଛା ଦାମ ୬୧୫ ଟଙ୍କାରୁ ୬୪୮ ଟଙ୍କା ମଧ୍ୟରେ ରହିଛି। ନିବେଶକମାନେ ସର୍ବନିମ୍ନ ୨୩ଟି ଇକ୍ୱିଟି ସେୟାର ପାଇଁ ବିଡ୍ ଦାଖଲ କରିପାରିବେ ଏବଂ ସେଥିରେ ୨୩ଟି ଲେଖାଏଁ ଇକ୍ୱିଟି ସେୟାର ଯୋଡ଼ିପାରିବେ। ଏହି ଇସ୍ୟୁର ଅଫର ଫର ସେଲରେ ୪୬,୨୯୬,୨୯୬ଟି ଇକ୍ୱିଟି ସେୟାରକୁ ଅଂଶଧନକାରୀମାନେ ବିକ୍ରି କରିବେ। ପ୍ରତିଷ୍ଠାତା ଅଂଶଧନକାରୀ ଏମ୍ବାସି ବିଲଡକନ ଏଲଏଲପି ୩୫,୪୦୨,୭୯୦ ଇକ୍ୱିଟି ସେୟାର ଏବଂ ୧ ଆରିଏଲ ୱେ ଟେନାଂଟ ଲିମିଟେଡ ୧୦,୮୯୩,୫୦୬ ଇକ୍ୱିଟି ସେୟାର ବିକ୍ରି କରିବେ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଅଫରର ୭୫ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ଙ୍କ ପାଇଁ ରଖାଯିବ। ବୁକ ରନିଂ ଲିଡ ମ୍ୟାନେଜରଙ୍କ ସହ ଆଲୋଚନା କରି କ୍ୟୁଆଇବି ଭାଗର ୬୦ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଆଙ୍କର ନିବେଶକଙ୍କ ପାଇଁ ଆବଂଟନ କରାଯିବ । ସେଥିରୁ ଏକ ତୃତୀୟାଂଶ ସେୟାରକୁ ଘରୋଇ ମ୍ୟୁଚୁଆଲ ଫଣ୍ଡମାନଙ୍କକୁ ଆବଂଟନ କରାଯିବ ।
ନିଟ କ୍ୟୁଆଇବି ଭାଗର ୫ ପ୍ରତିଶତ ସେୟାରକୁ ସମାନୁପାତିକ ଭିତିରେକେବଳ ମ୍ୟୁଚୁଆଲ ଫଣ୍ଡକୁ ପ୍ରଦାନ କରାଯିବ ଏବଂ ଅବଶିଷ୍ଟ ରାଶିକୁ ସମାନୁପାତିକ ଭିତିରେ ସମସ୍ତ କ୍ୟୁଆଇବିଙ୍କୁ ଆବଂଟନ କରାଯିବ । ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ଅଫରର ୧୫ ପ୍ରତିଶତ ସେୟାର ରଖାଯିବ । ବିଭିନ୍ନ ଆକାରର ଆପ୍ଲିକେସନ ଆଧାରରେ ଏହି ସେୟାର ଆବଂଟନ କରାଯିବ । ଅଫରର ୧୦ ପ୍ରତିଶତ ସେୟାରକୁ ଖୁଚୁରା ବ୍ୟକ୍ତିଗତ ନିବେଶକମାନଙ୍କ ଲାଗି ରଖାଯିବ।
କମ୍ପାନିର ଇକ୍ୱିଟି ସେୟାରଗୁଡ଼ିକୁ ବିଏସ୍‌ଇ ଲିମିଟେଡ୍ ଓ ଏନଏସଇରେ ତାଲିକାଭୁକ୍ତ କରାଯିବ। ଏହି ଇସ୍ୟୁର ବୁକ୍ ରନିଂ ଲିଡ୍ ମ୍ୟାନେଜରମାନେ ହେଉଛନ୍ତି ଜେଏମ ଫାଇନାନ୍ସିଆଲ ଲିମିଟେଡ, ଆଇସିଆଇସିଆଇ ସିକ୍ୟୁରିଟିଜ ଲିମିଟେଡ, ଜେଫେରିଜ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ, କେଟକ ମହିନ୍ଦ୍ରା କ୍ୟାପିଟାଲ କମ୍ପାନି ଲିମିଟେଡ ଓ ୩୬୦ ୱାନ ଡବ୍ଲ୍ୟୁଏଏମ ଲିମିଟେଡ।


Share It

Comments are closed.