ସାବଧାନ! ଆବଶ୍ୟକତାଠୁ ଅଧିକ ଅଣ୍ଡା ଖାଉଥିଲେ ହୋଇପାରେ ଏହିସବୁ ସମସ୍ୟା


ଖାଦ୍ୟ ଆମ ଶରୀର ପାଇଁ ଏକ ମୌଳିକ ଆବଶ୍ୟକତା ହୋଇଥାଏ । ଏହା ଆମ ଶରୀରକୁ ଶକ୍ତି ପ୍ରଦାନ କରେ ଏବଂ ଶରୀରକୁ ସମସ୍ତ ଆବଶ୍ୟକୀୟ ଭିଟାମିନ ଆମେ ଖାଦ୍ୟରୁ ହିଁ ପାଇଥାଉ । ତେବେ ଅଣ୍ଡା ହେଉଛି ସେହିଭଳି ଏକ ଖାଦ୍ୟ । ଅଣ୍ଡା ସ୍ବାସ୍ଥ୍ୟ ପକ୍ଷେ ବେସ୍ ହୀତକର ସେଥିପାଇଁ ଏହାକୁ ସୁପରଫୁଡ୍ ମଧ୍ୟ କୁହାଯାଏ । ଏହାକୁ ସିଝା, ଫ୍ରାଏ, ପୋଚ୍, ତରକାରୀ ଭଳି ଅନେକ ପ୍ରକାର ଖାଦ୍ୟ ପ୍ରସ୍ତୁତ କରି ଖିଆ ଯାଇପାରିବ । ଅଣ୍ଡାକୁ ଖୁବ କମ ସମୟ ମଧ୍ୟରେ ରନ୍ଧା ଯାଇପାରୁଥିବାରୁ ଏହାର ଚାହିଦା ମଧ୍ୟ ଆକାଶ ଛୁଆଁ । ଏଥିରେ ପ୍ରୋଟିନ୍, ମିନେରାଲ୍ସ୍, ଭିଟାମିନ୍ ଭଳି ପୋଷକ ଭରପୁର ଥାଏ । କିନ୍ତୁ ଆବଶ୍ୟକତା ଠାରୁ ଅଧିକ ଅଣ୍ଡା ଖାଇବା ଆମ ଶରୀର ପାଇଁ ହିତକର ହୋଇନଥାଏ ।

ଏକ ଅଧ୍ୟୟନରୁ ଜଣାପଡିଛି ଯେ, ଅଧିକ ଅଣ୍ଡା ଖାଉଥିବା ଲୋକଙ୍କୁ ଡାଇବେଟିସ୍ ହେବାର ସମ୍ଭାବନା ଅଧିକ । ପ୍ରତିଦିନ ଗୋଟିଏରୁ ଅଧିକ ଅଣ୍ଡା ଖାଇବା ଦ୍ବାରା ଡାଇବେଟିସ୍ ହେବାର ସମ୍ଭାବନା ପ୍ରାୟ ୬୦ ପ୍ରତିସତ ବଢିପାରେ । ଏହା ବ୍ରିଟିଶ୍ ଜର୍ନାଲ୍ ଅଫ୍ ନ୍ୟୁଟ୍ରିସନରେ ପ୍ରକାଶ ପାଇଛି ।

ଅଧ୍ୟୟନରୁ ଜଣାପଡିଛି ଯେ, ପ୍ରତିଦିନ ଅଣ୍ଡା ଖାଇବା ଦ୍ବାରା ମନୁଷ୍ୟ ଶରୀରରେ ଏହାର ପ୍ରଭାବ ପଡିଥାଏ । ଏହା ମଧ୍ୟ କହୁଯାଇଛି ଯେ, ପ୍ରତିଦିନ ୩୮ ଗ୍ରାମ ଅଣ୍ଡା ଖାଇ​‌ଲେ ଡାଇବେଟିସ୍ ଆଶଙ୍କା ୨୫ ପ୍ରତିଶତ ବଢିଯାଏ ।

ବିଶ୍ବରେ ଡାଇବେଟିସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । WHOର ତଥ୍ୟ ଅନୁଯାୟୀ ବିଶ୍ବରେ ପ୍ରାୟ ୬ ପ୍ରତିଶତ ଲୋକ ଡାଇବେଟିସରେ ପୀଡିତ ଏବଂ ଏହି ସଂଖ୍ୟା ଦିନକୁ ଦିନ ବ୍ୟାପକ ଭାବେ ବୃଦ୍ଧି ପାଇବାରେ ଲାଗିଛି ।

ଏଥିରୁ ରକ୍ଷା ପାଇବା ପାଇଁ ଖାଦ୍ୟ ପାନୀୟ ଉପରେ ଯଥେଷ୍ଟ ଧ୍ୟାନ ଦେବାକୁ ପଡିବ । ଡାଇବେଟିସ୍‌ରୁ ଆଶଙ୍କାରୁ ବର୍ତ୍ତିବା ପାଇଁ ସବୁଜ ପନିପରିବା ଖାଇବା ଆବଶ୍ୟକ । ଯେପରିକି ଶାଗ, ବ୍ରୋକଲୀ, ଗାଜର, ମେଥୀ, ବନ୍ଧା କୋବି, ଟମାଟର, ସବୁଜ ବିନ୍ସ୍ ଆଦି ଖାଇବା ଆବଶ୍ୟକ ।

ମନେରଖନ୍ତୁ : ଏହା କେବଳ ଆପଣଙ୍କୁ ସାମାନ୍ୟ ସୂଚନା ଦେବାପାଇଁ ଉଦ୍ଦିଷ୍ଟ । କୌଣସି ପଦକ୍ଷେପ ଗ୍ରହଣ କରିବା ପୂର୍ବରୁ ବିଶେଷଜ୍ଞଙ୍କ ସହ ନିଶ୍ଚିତ ପରାମର୍ଶ କରନ୍ତୁ


Share It

Comments are closed.