ରାଜ୍ୟରେ ୧୦୮ ନୂଆ ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି


ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୦୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୦୮ ସଂକ୍ରମିତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ୨୧ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୧୫ ଜଣ, ଗଜପତି ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ ରହିଛନ୍ତି । ଏହାସହ ୧୬ ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏମାନେ ଅମ୍ଫାନ୍ ପୁନଃରୁଦ୍ଧାର କାମ ସାରି ପଶ୍ଚିମବଙ୍ଗରୁ ଫେରିଥିଲେ । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୧୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୯୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।


Share It

Comments are closed.