ଗତ ୨୪ ଘଂଟାରେ ଭାରତରେ ୧୨,୫୮୪ ନୂଆ ଆକ୍ରାନ୍ତ ଚିହ୍ନଟ, ୧୬୭ ମୃତ


ଗତ କିଛି ଦିନ ହେଲା ଭାରତରେ କରୋନାର ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ଗତ ୨୪ ଘଣ୍ଟାରେ ପ୍ରାୟ ୧୨ ହଜାର ୫୮୪ ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୭୯ ହଜାର ଟପିଯାଇଛି ଓ ୧୬୭ ଜଣ ମୃତ୍ୟୁବରଣ କରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୧,୦୪,୭୯,୧୭୯ ରେ ପହଞ୍ଚିଛି । ଏହା ମଧ୍ୟରୁ ୨୧୬୫୫୮ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧୫୧୩୨୭ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୧,୦୧,୧୧,୨୯୪ ରେ ପହଞ୍ଚିଛି ।

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ କୋଟି ୮୭ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୯.୪୪ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ୨୬ ଲକ୍ଷ ଟପିଯାଇଛି ।


Share It

Comments are closed.