ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୧୪୪ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ


ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୧୫,୧୪୪ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୧୪୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୮୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୦,୫୫୭,୯୮୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ୧୮୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୨,୨୭୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬, ୯୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୧,୭୯,୭୧୫। ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୫୮%, ସକ୍ରିୟ ଆକ୍ରାନ୍ତଙ୍କହାର ୧.୯୮% ଏବଂ ମୃତ୍ୟୁହାର ୧.୪୪% ରହିଥିବା କଥା କେନ୍ଦ୍ର ସରକାର କହିଛନ୍ତି।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨, ୦୮,୮୨୬। ତେଣୁ ଆଜି ମଧ୍ୟ ଦେଶରେ କୋଭିଡ୍‌-୧୯ ସକ୍ରିୟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ତଳକୁ ରହିଛି।


Share It

Comments are closed.