ଘଡ଼ଘଡ଼ି ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୨ ଓ ୩ ତାରିଖ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାରିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୪ ଓ ୫ ତାରିଖରେ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ବୁଧବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ଏହାସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଏହି ସବୁ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ରହିଛି। ୩ତାରିଖରେ ମୟୁରଭଞ୍ଜ, କେନ୍ଦୁଝରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନରଙ୍ଗପୁର ଓ କୋରାପୁଟ ଆଦି ଜିଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
Comments are closed.